ଆରମ୍ଭ ହେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରାକ୍ଟିକାଲ ପରିକ୍ଷା

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ବୋର୍ଡ଼ ପରିକ୍ଷା ପୂର୍ବରୁ ରାଜ୍ୟର  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (+୨) ମାନଙ୍କରେ ଆଜିଠାରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇଛି। ୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଜାନୁଆରୀ ୨ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ଦେବେ। ବିଜ୍ଞାନ ବିଭାଗର ୧୨ଟି, କଳା ବିଭାଗର ୮, ବାଣିଜ୍ୟ ବିଭାଗର ୨, ଧନ୍ଦାମୂଳକ ବିଭାଗର ୧୦ରୁ ଅଧିକ ବିଷୟରେ ପ୍ରାକ୍ଟିକାଲ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା। ପରୀକ୍ଷାରେ କୌଣସି ପ୍ରକାର ସମସ୍ୟା ଉପୁଜିଲେ ତୁରନ୍ତ ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟିକୁ ଆଣିବାକୁ ପରିଷଦ ପକ୍ଷରୁ କୁହାଯାଇଛି।ଜାନୁଆରୀ ୫ରୁ ୨୫ ଭିତରେ ରେଜଲ୍ଟ ଅପଲୋଡ କରିବେ କଲେଜ କର୍ତ୍ତୃପକ୍ଷ। ପ୍ରାକ୍ଟିକାଲ ଓ ଇଣ୍ଟରନାଲ ଆସେସମେଣ୍ଟର ରେଜଲ୍ଟ ଅପଲୋଡ କରିବେ କର୍ତ୍ତୃପକ୍ଷ।

Omkar Vasthu
Omkar Vasthu

 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.