କାଉଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡ଼କ୍ରସ ପାଇଁ ପ୍ରସ୍ତୁତି ବୈଠକ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କାଉଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ୫ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଜୁନିୟର ରେଡ଼କ୍ରସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଷିଆ ମେହେର, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୁପଶିଂ ରାଉତ, କନିଷ୍ଠ ରେଡକ୍ରସ୍ କାଉନସିଲର ନାରାୟଣ ବେହେରା, ଲାଞ୍ଜିଗଡ଼ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଢ଼ଳଦେବ ମୁଣ୍ଡ, ଭାରତ ଭୁଷଣ ସାହୁ ପ୍ରମୁଖ ବିଭିନ୍ନ ଆୟୋଜନକୁ ନେଇ ଆଲୋଚନା କରିଥିଲେ। ଏହି ବୈଠକରେ ବ୍ଲକର ସମସ୍ତ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ, ଶିକ୍ଷୟତ୍ରୀ ଏବଂ ୧୩ ଗୋଟି ଆଞ୍ଚଳିକ ସାଧନକେନ୍ଦ୍ରର ସଂଯୋଜକ ମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ ଭାବରେ ଆୟୋଜନ କରିବାକୁ ମତ ଦେଇଥିଲେ। ଏହି ଅବସରରେ ଆସନ୍ତ ୬ ତାରିଖରେ ଏକ ମେଗା ରକ୍ତ ଦାନ ଶିବିର ଅନୁଷ୍ଠିତ ହେବ ବୋଲି ବୈଠକ ରେ ନିଷ୍ପତି ନିଆଯାଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.