କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡାରେ ମଶାଲ ଶୋଭାଯାତ୍ରା

ଓଡ଼ିଆ ବାର୍ତ୍ତା/ ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ମହୋତ୍ସବ ନିମନ୍ତେ ବାଲିଗୁଡ଼ା ପ୍ରଶାସନ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ପ୍ରଥମେ ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ସାପାଗାଣ୍ଡା ସ୍ଥାନରୁ ଏହି ମଶାଲ ବାହାରି ତୁମୁଡିବନ୍ଧ ବ୍ଲକ ଓ କୋଟଗଡ଼ ବ୍ଲକ ପରିକ୍ରମା କରି ବାଲିଗୁଡ଼ା ବ୍ଲକରେ ପହଞ୍ଚିଥୂଲା। ଏହାକୁ ବ୍ଲକ ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇ ସମଗ୍ର ସହର ପରିକ୍ରମା କରାଯାଇଥିଲା। ମୁଖ୍ୟତଃ ଏହି ସାପାଗାଣ୍ଡା ସ୍ଥାନରୁ ଆଦିବାସୀ କୁଟିଆ କନ୍ଧ ଜନ ଜାତିଙ୍କ ଉତ୍ପତ୍ତିସ୍ତଳ ବା ଆଦିବାସୀଙ୍କ ପୁରୁଷ ଓ ମହିଳା ଆବିର୍ଭାବ ହୋଇଥିଲେ ତେଣୁ ଆଦିବାସୀ ରୀତି ନିତିରେ ପୂଜାର୍ଚ୍ଚନା କରି ଉକ୍ତ ସ୍ଥାନରୁ ମଶାଲ ବାହାର କରାଯାଇ କନ୍ଧମାଳ ଜିଲ୍ଲାରେ ଥିବା ୧୨ ଟି ବ୍ଲକ କୁ ଭ୍ରମଣ କରାଇ ୭ ତାରିଖରେ ଫୁଲବାଣୀ ଠାରେ ପହଞ୍ଚି ୧୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ପାଞ୍ଚ ଦିନ ଧରି କନ୍ଧମାଳ ମହୋତ୍ସବ ଅନୁଷ୍ଠିତ ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମଶାଲ ଶୋଭାଯାତ୍ରାରେ ବାଲିଗୁଡ଼ା ପିଏ ଆଇଟିଡିଏ କୃପାସିନ୍ଧୁ ବେହେରା, ବିଡ଼ିଓ ଅକ୍ଷୟ ମଲିକ, ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଙ୍କ ସମେତ ବହୁ ବୁଦ୍ଧିଜୀବୀ, ଯୁବକ ଯୁବତୀ ପ୍ରମୁଖ ସାମିଲ ହୋଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.