ପିଏମ ଶ୍ରୀ ମଧୁପୁର କନ୍ୟାଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମଧୁପୁରସ୍ଥିତ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, ମୁଖ୍ୟବକ୍ତା ଭାବେ ବିରଞ୍ଚି ନାରାୟଣ ମୁଣ୍ଡ, ବିଶିଷ୍ଟ ଅତିଥି ଭାବେ କୁଟିଆକନ୍ଧ ଉନ୍ନୟନ ସଂସ୍ଥାର ସ୍ୱତନ୍ତ୍ର ଅଧିକାରୀ ଶରତ ଚନ୍ଦ୍ର ସାହୁ, ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆ, ଶିକ୍ଷାବିତ ଅମରେନ୍ଦ୍ର ସାହୁ, ଉମାଶଙ୍କର ପଣ୍ଡା, ମଧୁସୂଦନ ସାହୁ, ତପନ କୁମାର ଭୋଇ, ସୁଧୀର ରଞ୍ଜନ ମୁଣ୍ଡ, ସନ୍ଦୀପ ମିଶ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ବେଦବ୍ୟାସ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା କାର୍ଯ୍ୟକ୍ରମରେ ସୋନାଲିକା ପାଢ଼ୀ ସଭା ପରିଚାଳନା ଓ ଦିଲୀପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୃତୀ ଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ପରିଶେଷରେ ଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.