ଘୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟର ୪୧ତମ ବାର୍ଷିକ ଉତ୍ସବ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅନ୍ତର୍ଗତ ଘୋଡ଼ାବନ୍ଧ ଉଚ୍ଚ ବିଦ୍ୟାଳୟର ୪୧ତମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅତୁଲ୍ୟ କୁମାର ପଧାନଙ୍କ ସଭାପତିତ୍ବରେ ଏନେଇ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଘୋଡ଼ାବନ୍ଧ ସରପଞ୍ଚ ରଶ୍ମିତା ସାହୁ, ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ଯାଜ୍ଞସେନ ପଧାନ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ସାହୁ, ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ  ନାରାୟଣ ପଧାନ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ପ୍ରଦାନ କରିଥିଲେ। କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପଦକ, ଟ୍ରଫି ଓ ମାନପତ୍ର ଅର୍ପଣ କରି ଉତ୍ସାହିତ କରିଥିଲେ। ପରେ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ସୂର୍ଯ୍ୟ ନାରାୟଣ ସାହୁ ପରିଚାଳନା କରିଥିବା ବେଳେ ବିକାଶ ସାହୁ, ଜିତେନ୍ଦ୍ର ନାହାକ, ଅଂଶୁମାନ ବୁଧିଆ, ହେମନ୍ତ ରଣା, ଅଶ୍ୱିନ ମାଝୀ, ଶୁଭ ସ୍ମିତା ପ୍ରିୟଦର୍ଶିନୀ ଓ ଶେଷଦେବ କରୁଆଁ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.