ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ରାୟଗଡ଼ା ଗସ୍ତରେ ଆସି ୬୭ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ତାଙ୍କ ସହ ରାୟଗଡା ବିଧାୟକ ଆପୋଲସ୍ୱାମୀ କାଡ୍ରାକା, ବିଷମକଟକ ବିଧାୟକ ନୀଳମାଧବ ହିକକା, ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଯୋଗ ଦେଇଥିଲେ। ସ୍ଥାନୀୟ ଜେଏସ୍ସ୍କ ପଡ଼ିଆରେ ପହଞ୍ଚି ମୁଖ୍ୟମନ୍ତ୍ରୀ ୧୦୮କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞର ପୂର୍ଣାହୁତିରେ ଯୋଗ ଦେଇଥିଲେ ଓ ଜିଲ୍ଲା ନାରୀଶକ୍ତିର ସଶକ୍ତ ପ୍ରଦର୍ଶନ ସୁଭଦ୍ରା ଶକ୍ତି ମେଳାର ଉଦ୍ଘାଟନ କରି ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳାଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରିଥିଲେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ୩୪୦ କୋଟିରୁ ଅଧିକ ମୂଲ୍ୟର ୬୭ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୨୨୧ କୋଟିରୁ ଅଧିକ ମୂଲ୍ୟର ୪୧ ଟି ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କରି ଜିଲ୍ଲାର ବିକାଶ ଓ ନୂତନ ଦିଗଦର୍ଶନ ପ୍ରଦାନ କରିଥିଲେ। ସୁଭଦ୍ରା ଶକ୍ତି ମେଳା ୨ରୁ ୮ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀ ସଦସ୍ୟାଙ୍କୁ ସମ୍ମାନିତ କରି ମେଳାରେ ୧୨୦ଟି ଷ୍ଟଲ୍ କୁ ଉଦୁଘାଟନ କରିଥିଲେ। ପ୍ରତ୍ୟେକ ସନ୍ଧ୍ୟାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା କୁ ଧାର୍ଯ୍ୟ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗ୍ରସ୍ତକୁ ସଫଳ କରିବା ନିମନ୍ତେ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣି ,ଏସ୍ପି ସ୍ବାତୀ ଏସ୍ କୁମାର,ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ସ୍ଥାନୀୟ ପୋଲିସ ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନେଇ କଡା ସୁରକ୍ଷା ବଳୟରେ ଆୟୋଜନ କରାଯାଇଥିଲା । ମେଳା ମାଧ୍ଯମରେ ଜିଲ୍ଲାର ନାରୀମାନଙ୍କ ଉଦ୍ୟମଶୀଳତା ଓ ସଶକ୍ତି କରଣର ଅବଦାନକୁ ସମ୍ମାନ ଦିଆଯିବା ଯୋଗୁଁ ସମଗ୍ର ଜିଲ୍ଲାବାସୀ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖ୍ ଜିଲ୍ଲା ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।





