କାଉଗୁଡ଼ା ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ କାଉଗୁଡା ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଟଙ୍କଧର ମାଝୀ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ସାହୁ, ସମାଜସେବୀ ହରିଶଙ୍କର ପାତ୍ର ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭା ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ଖେଳଶିକ୍ଷକ ଲମ୍ବୋଦର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରଥମେ ଗଜାନନ ଶ୍ରୀ ଗଣେଶଙ୍କ ଫୋଟରେ ପୂଜାର୍ଚ୍ଚନା ପରେ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ଦୋରା ବାର୍ଷିକ ବିବରଣୀ ପଠନ କରିଥିଲେ। ସେହିପରି ଦ୍ଵିତୀୟ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ପିଏ ଆଇଟିଡିଏ ପ୍ରଦ୍ୟୁମ୍ନ କୁମାର ଦାଶ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, କେକେଡିଏ ସ୍ୱତନ୍ତ୍ର ଅଧିକାରୀ ଶରତ ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଦୋରା ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତୀତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଆକର୍ଷଣୀୟ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଶିଖା ମାଝୀ, ଛାତ୍ର ଦିଗାମ୍ବର ହରିଜନ, ନବ କିଶୋର ମାଝୀ ପରିଚାଳନା କରିଥିଲେ।ବିଦ୍ୟାଳୟର ଶିକ୍ଷକ ସତ୍ୟବାଦୀ ନାଏକ, ନରେଶ ସାହୁ, ହିମାଞ୍ଚଳ ପୂଜାରୀ, ଜଗନ୍ନାଥ ନାୟକ, ସନ୍ଦୀପ ମିଶ୍ର, କୋକିଳ ଶବର, ପ୍ରଶାନ୍ତ ପ୍ରଧାନ, ଅରୁଣ ପଣ୍ଡା, ଆଲୋକ ମହାକୁଡ଼, ଅଞ୍ଜଳି ସାହୁ, ନମିତା ମାଝୀ, ପଦ୍ମିନୀ ସାହୁ, ସବିତା ଜଗତ, ରଶ୍ମିତା ସାହୁ, ପୁଷ୍ପାଞ୍ଜଳି ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ କରିଥିଲେ। ସେହିପରି ବିଦ୍ୟାଳୟର କର୍ମଚାରୀ ମମତା ନାଏକ, ସଂକୀର୍ତ୍ତନ ଶବର, କ୍ଷୀରାବ୍ଧି ଯୁଆଡ଼, ସମାଜ ଶବର, ସୁନା ମାଝୀ, ସୁଦର୍ଶନ ପାତ୍ର, ଚମ୍ପା ମାଝୀ, ଗୋପୀମଣି ଶବର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.