ପଦ୍ମପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଲକ ସଦଭାବନା ସଭାଗୃହ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ରାୟଗଡ଼ା ଅକ୍ଷୟ କୁମାର ଖେମୁଣ୍ଡୁ,ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ,ଜିଲ୍ଲା ବନଖଣ୍ଡ ଅଧିକାରୀ ସଚିନ ଆନା ସାହେବ ଓହୋଲ,ଅତିରିକ୍ତ ଆରକ୍ଷୀ ଅଧିକାରୀ ଗୋସେନର ବରାଳ,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ,ପଦ୍ମପୁର ବ୍ଲକ ଅଧ୍ୟକ୍ଷା ମଣିମାଳା ଶବର ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ । ଏଥିରେ ମୋଟ ୮୩ ଟି ଅଭିଯୋଗ ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୬୭ ବ୍ୟକ୍ତିଗତ, ୧୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ,ଜିଲ୍ଲା ଯୋଗାଣ ଅଧିକାରୀ, ଅବକାରୀ ନିରୀକ୍ଷକ,ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିନତୀ ଦେଓ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ସହକାରୀ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୁରେଶ ଚନ୍ଦ୍ର ଜାନୀ ଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପଦ୍ମପୁର ତହସିଲଦାର ସୁବାଶିଷ ଶତପଥି,ପଦ୍ମପୁର ଥାନା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.