ଶିକ୍ଷାନିକେତନର ୨୨ତମ ବାର୍ଷିକ ଉତ୍ସବ ପାଳିତ

ଓଡ଼ିଆ ବାର୍ତ୍ତା/ ବାଲିଗୁଡ଼ା (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ରେ ଥିବା ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୨ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହା ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ା ଏସଡିପିଓ ସୁଭମ୍ ଭୋଷଲେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଶିକ୍ଷା ସର୍ବଶ୍ରେଷ୍ଠ , ଏଣୁ ଶିକ୍ଷାକୁ ଗୁରୁତ୍ୱ ଦେଇ ଆଗକୁ ବଢ଼ିବା ଆବଶ୍ୟକ ବୋଲି ନିଜ ଅଭିଭାଷଣରେ କହିବା ସହ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ସମ୍ମାନୀତ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝୀ, ଶାନ୍ତିମୈତ୍ରୀ ଅନୁଷ୍ଠାନର ପ୍ରତିଷ୍ଠାତା ଭଗବାନ ଜେନା, ବିଦ୍ୟାଳୟର ଉପଦେଷ୍ଟା ରାଜକିଶୋର ସାହୁ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ବିଦ୍ୟାଳୟର ସମ୍ପାଦିକା ରେଖାରାଣୀ ମହାପାତ୍ର ବାର୍ଷିକ ବିବରଣୀ ପଠନ କରିଥିଲେ । ପରେ ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀଙ୍କ ଦ୍ବାରା ଆୟୋଜିତ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ । ଶେଷରେ ବାର୍ଷିକ ଉତ୍ସବକୁ ନେଇ ବିଦ୍ଯାଳୟରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିବା ସହ ମାନପତ୍ର ପ୍ରଦାନ କରାଯାଇଥିଲା । ସମସ୍ତଙ୍କ ପୂର୍ଣ୍ଣ ସହଯୋଗ ଯୋଗୁଁ ଆଜି ଏହି କାର୍ଯ୍ୟକ୍ରମ ସଫଳ ହୋଇପାରିଛି ବୋଲି କହିବା ସହ ସମସ୍ତଙ୍କୁ ବିଦ୍ୟାଳୟର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀ ସାଧୁବାଦ ଜଣାଇଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.