ଆରୀୟାନ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଓଡ଼ିଆ ବାର୍ତ୍ତା/ ରାମନାଗୁଡ଼ା (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ୍ ସ୍ଥିତ ଆରୀୟାନ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ର ଓ ଛାତ୍ରୀମାନଙ୍କୁ ନେଇ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ବର୍ଦ୍ଧନା ସଭାରେ ଅନୁଷ୍ଠାନର ମୁଖ୍ୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅକୃର ବେନିଆ (ଅର୍ଜୁନ), ଅଧ୍ୟାପକ ସଂଗ୍ରାମ ଟାକ୍ରି, ଅଧ୍ୟାପିକା ଜ୍ୟୋତିର୍ମୟୀ ରାଉତ, ମାଲନ୍ତି ପେରିସିକା ଓ ଆର୍ଯ୍ୟାନ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ର ମୁଖ୍ୟ ଅଧ୍ୟକ୍ଷା ଶ୍ରୀମତୀ ଯଶୋଧା ସୁବୁଦ୍ଧି, ଶ୍ରୀଯୁକ୍ତ ଦୁର୍ଗା ପ୍ରସାଦ ଓ ଅନ୍ୟାନ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ସଭାରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶିକ୍ଷା ହେଉଛି ଛାତ୍ର ଛାତ୍ରୀ ମାନଙ୍କ ଜୀବନରେ ମୂଳଦୁଆ ତେଣୁ ଏଠାରୁ ହିଁ ସେମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ ନିମନ୍ତେ ଅଙ୍କୁରା ରୋପଣ ହୋଇଥାଏ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ପ୍ରଥମ ବର୍ଷର ଛାତ୍ର ଛାତ୍ରୀ ମାନେ ମଧ୍ୟ ତାଙ୍କ ନିଜ ନିଜର ମନ୍ତବ୍ୟ ପ୍ରକାଶ କରିଥିଲେ । ଉତ୍ସବରେ ଉପସ୍ଥିତ ଅତିଥି ମାନଙ୍କ ଦ୍ଵାରା ଦ୍ୱିତୀୟ ବର୍ଷର ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ପ୍ରକାର ଉପହାର ଗୁଡ଼ିକ ପ୍ରଦାନ କରାଯାଇଥିଲା । ଏହି ସମ୍ବର୍ଦ୍ଧନା ସଭାକୁ ପ୍ରଥମ ବର୍ଷର ଛାତ୍ର ଓ ଛାତ୍ରି ସମ୍ପୂର୍ଣ୍ଣ ପରିଚାଳନା ଦାୟିତ୍ଵ ବହନ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.