ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଯୋଗଦେଇ ଅଭିଯୋଗ ଶୁଣାଣୀ ସମାଧାନ କରିଥିଲେ । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରାୟଗଡ଼ ବ୍ଲକ ପଞ୍ଚାୟତ ସମିତିର ମୋଟ- ୫୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୪ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା – ୩୮ ଗୋଟିର ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା ଓ ଜଳ ସେଚନ ଏବଂ ରାସ୍ତା ଓ ସ୍ଵାସ୍ଥ୍ୟ ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ , ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତି ରଞ୍ଜନ ପାଣି , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ , ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।





