ରୁକୁଣା ରଥଯାତ୍ରାର ଗାଥା

ପୁରାଣ ଅନୁଯାୟୀ, ରାବଣଦ୍ୱାରା ଅପହୃତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ରଯୁକ୍ତ ଚୈତ୍ର ଶୁକ୍ଳ ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ିଦ୍ୱାରା ଶିବ ଆରାଧନା କରିଥିଲେ। ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବଶିଷ୍ଠଙ୍କ ପରାମର୍ଶକ୍ରମେ ଭଗବାନ ରାମଚନ୍ଦ୍ର ସପରିବାର ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ। ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ୱରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ ଏବଂ ବର ଯାଚନା କରିଥିଲେ। ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ରାମେଶ୍ୱର ପୀଠକୁ ଆସି ପୂଜା ଗ୍ରହଣ କରିବା ପାଇଁ ରାମଚନ୍ଦ୍ରଙ୍କ ଅନୁରୋଧ ରକ୍ଷା କରିବାକୁ ବଚନବଦ୍ଧ ହୋଇଥିବାରୁ, ପ୍ରଭୁ ଲିଙ୍ଗରାଜ ଏହିଦିନ ରଥଯାତ୍ରାରେ ରାମେଶ୍ୱର ମନ୍ଦିର ଆସି ପୁରୁଷୋତ୍ତମ ରାମଚନ୍ଦ୍ର ଓ ତାଙ୍କ ଭାଇମାନଙ୍କ ପୂଜା ଆତିଥ୍ୟ ଗ୍ରହଣ କରିଥାନ୍ତି। ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଓ ଦୂର୍ଗାରୂପୀ ରୁକ୍ମିଣୀ ରଥଯାତ୍ରାରେ ଯାଉଥିବା ହେତୁ ରୁକ୍ମିଣୀଙ୍କ ନାମରେ ଏହି ରଥକୁ ରୁକୁଣା ରଥ କୁହାଯାଏ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.