ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ଆର.ଉଦୟଗିରି ସ୍ଥିତ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ , ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାକେଶ କୁମାର ସାହୁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ସମାଧାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ଆର.ଉଦୟଗିରି ପଞ୍ଚାୟତ ସମିତି’ର ମୋଟ-୪୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୬ ଗୋଟି ଥିବା ବେଳେ ଗ୍ରାମ ଭିତ୍ତିକ ସମସ୍ୟା – ୩୯ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଶ୍ରୀ ଅଗ୍ରୱାଲ ଦେଇଥିଲେ । ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୩ ଜଣ’ଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଆର.ଉଦୟଗିରି ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀନାରାୟଣ ଶବର , ତହସିଲଦାର ଶ୍ରୀ ଜ୍ୟୋତିର୍ମୟ ଦାଶ’ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।





