କିଡିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ରୋଡ କ୍ଲଷ୍ଟର ଅନ୍ତର୍ଗତ କିଡିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ରୋଡ଼ ସରପଞ୍ଚ ମମତା ଶବର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ, ନିଲେଶ କୁମାର ନାଗ, ପରିଚାଳନା କମିଟି ସଭାପତି ମୁନି ରାମ ଶବର, ସଦସ୍ୟ ବିଜୟ ଭରାସଗରୀଆ, କାନ୍ତ ଜାଲ, ପିରବତୀ ମାଝୀ, ଗୋରେଖ ଶବର, ନିରଞ୍ଜନ ଶବର, ଅହଲ୍ୟା ଛତ୍ରିଆ, ଡମ୍ବରୁଧର ଶବର ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ସହ ଶିକ୍ଷୟିତ୍ରୀ ସୁମିତ୍ରା ସାହୁ ପ୍ରଥମେ ଅତିଥି ପରିଚୟ ଓ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ବିଭିନ୍ନ କ୍ଷେତ୍ରରେ କୃତିତ୍ବ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ ମାନସ ରଞ୍ଜନ ନାଏକ ପରିଚାଳନା କରିଥିବାବେଳେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଉପସ୍ଥିତ ଥିଲେ। ଶେଷରେ ଶିକ୍ଷକ ଅଖୁର ତାଣ୍ଡି ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.