ଶ୍ରୀମନ୍ଦିରରେ ଚନ୍ଦନ ଯାତ୍ରା 

ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ ହେଉଛି  ଚନ୍ଦନ ଯାତ୍ରା। ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା) ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ। ଏହା ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ। ପୌରାଣିକ ମତେ ସତ୍ୟ ଯୁଗରେ ନୃସିଂହ ଦେବ ଏହି ଯାତ୍ରାର ଆୟୋଜନ କରିଥିଲେ। ଦ୍ୱାପର ଯୁଗରେ ପଞ୍ଚୁପାଣ୍ଡବ ଅଜ୍ଞାତବାସ ପରେ ବିରାଟ ରାଜାଙ୍କ ନିକଟରେ ନିଜର ପ୍ରକୃତ ପରିଚୟ ପ୍ରଦାନ କରିଥିଲେ। ବିରାଟ ରାଜା ଶ୍ରୀକୃଷ୍ଣ ଓ ବଳରାମଙ୍କୁ ରାମକୃଷ୍ଣେ ରୂପରେ ପଞ୍ଚୁପାଣ୍ଡବଙ୍କ ସହିତ ଦର୍ଶନ କରିବା ପାଇଁ ଇଚ୍ଛା ପ୍ରକାଶ କରିବାରୁ ଭଗବାନ ଶ୍ରୀକୃଷ୍ଣ ତାଙ୍କର ଇଚ୍ଛାପୂରଣ ପାଇଁ ସମ୍ମତ ହୋଇଥିଲେ। ଏହା ପରେ ଏକ ବିରାଟ ଜଳାଶୟ ସୃଷ୍ଟି କରାଇ ଜଳ କେଳି ମଣ୍ଡପ ନିର୍ମାଣ କରାଯାଇଥିଲା। ଉପଲବ୍ୟ ଓ ବିଭାସ୍ତୁ ନଗରୀରେ ଏହି ଉତ୍ସବ ସମ୍ପନ୍ନ ହୋଇଥିଲା। ସମ୍ଭବତଃ ଏହି କାରଣରୁ ମଦନମୋହନ, ରାମକୃଷ୍ଣଙ୍କ ସହ ପଞ୍ଚୁପାଣ୍ଡବ ଜଳକ୍ରୀଡ଼ା ପାଇଁ ସରୋବରକୁ ଯାତ୍ରା କରିଥାନ୍ତି। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.