ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାୟଗଡା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରୀ ପାଦ ଦେଶରେ ଥିବା ମୁନିଖୋଲ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗ୍ରାମ ଗରଠାରେ ସାନଭାଇର ଟାଙ୍ଗିଆ ଚୋଟରେ ବଡଭାଇର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଗୁଲଟା ଜାକେସିକା। ଘରୋଇ କଳହ କାରଣରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଏଭଳି କାଣ୍ଡ ଘଟିଥିବା ଜଣାପଡିଛି। ହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ସାନଭାଇ ଆଦୁ ଜାକେସିକା ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଛନ୍ତି।





