ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଓଡ଼ିଆ ବାର୍ତ୍ତା/ ରାୟଗଡ (ପଦ୍ମନ ଭତ୍ରା): ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାଜ ପ୍ରସାଦ, ବିଭାଗୀୟ ବନ ଅଧିକାରୀ ଶ୍ରୀ ସଚିନ ଆନ୍ନାସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ ମିଶ୍ର, ଉପ ଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନ ସାଧାରଣଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ | ମୋଟ ୬୫ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୫୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୦ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ମୋଟ ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୭୬,୦୦୦ ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ଏବଂ ୧୮ଗୋଟି ଅଭିଯୋଗକୁ ତୁରନ୍ତ ଶୁଣାଣିକରି ଶିବିରରେ ଫୋଇସଲା କରାଯାଇଥିଲା । ଅନ୍ୟ ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତକରି ତୁରନ୍ତ ପଦକ୍ଷେପ ନେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.