ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତ ଖଲିଗଡ ପାଦଦେଶରେ ଥିବା ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଏକ ଅଜଣା ମୃତଦେହ ଦେଖିବାକୁ ମିଳୁଛି। ଏନେଇ ସ୍ଥାନୀୟ ଲୋକେ ଅଚିହ୍ନା ଶବ ଦେଖିବା ପରେ ଅପରାହ୍ନରୁ ଆମପାଣି ଥାନା ପୋଲିସକୁ ଖବର ଦେଇଥିବା ଜଣାପଡ଼ିଛି। ହେଲେ ଖବର ଲେଖାଯିବା ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଥିବାରୁ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଣେ ଆମପାଣି ଥାନା ପୋଲିସକୁ ଏ ବିଷୟରେ ପଚାରିବାରୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଅଭିଯୋଗ ଆସି ନଥିବା ପ୍ରକାଶ କରିଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.