ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ନର୍ଲା ଠାରେ ବନମହୋତ୍ସବ ସପ୍ତାହ ପାଳନ 

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ନର୍ଲାଠାରେ ଶନିବାର ବନମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଅହଲ୍ୟା ସାହୁଙ୍କ ଅଧ୍ୟକ୍ଷତାରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ନର୍ଲା ବନଖଣ୍ଡ ଅଧିକାରୀ ଭବାନୀ ନାୟକ ଯୋଗଦେଇ ବୃକ୍ଷରୋପଣର ମହତ୍ତ୍ୱ ସହ ବନମହୋତ୍ସବ ସପ୍ତାହ ପାଳନର ଉଦ୍ଦେଶ୍ୟ ଉପରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ, ଛାତ୍ରଛାତ୍ରୀ ଓ ବନବିଭାଗ କର୍ମଚାରୀ ଉପସ୍ଥିତ ଥିଲେ। ସଭାପରେ ସମସ୍ତେ ବୃକ୍ଷରୋପଣ କରିଥିଲେ।

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.