କଳାହାଣ୍ଡି ଜିଲ୍ଲା ବିଜେଡି ପକ୍ଷରୁ ସ୍ୱର୍ଗତ ସୁଶାନ୍ତ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦିବଂଗତ ସୁଶାନ୍ତ ସିଂଙ୍କ ବିୟୋଗରେ ବିଜୁ ଜନତା ଦଳ କଳାହାଣ୍ଡି ପକ୍ଷରୁ ଭବାନୀପାଟଣା ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଏକ ଶୋକସଭା ଅନୁଷ୍ଠିତ ହେବା ସହ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ତାଙ୍କର ଅମର ଆତ୍ମାର ସଦଗତି କାମନା କରି ୨ମିନିଟ ନୀରବ ପ୍ରାର୍ଥନା କରିବା ସହ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତିଚାରଣ କରାଯାଇଥିଲା। ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଅତ୍ୟନ୍ତ ମେଳାପୀ, ନିର୍ଭିକ ଓ ସୁସଙ୍ଗଠକ ଭାବରେ ଲୋକପ୍ରିୟ ଥିଲେ। କୋଭିଡ ସମୟରେ ଲୋକଙ୍କୁ ସହଯୋଗ କରିବା ଏବଂ ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ପାଇଁ ତାଙ୍କ ନିଷ୍ଠାକୁ ସମସ୍ତେ ମନେ ରଖିବେ। ତାଙ୍କ ବିୟୋଗ ରାଜ୍ୟ ରାଜନୀତିରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ। ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ବରିଷ୍ଠ ବିଜେଡି ନେତା ଭବାନୀ ଶଙ୍କର ମିଶ୍ର, ପ୍ରଦୀପ ମୁଣ୍ଡ, ରାଜ୍ୟ ସମ୍ପାଦକ ଆଦିତ୍ୟ ନନ୍ଦ, ଜିଲ୍ଲା ଯୁବ ବିଜେଡି ସଭାପତି ଅବିନାଶ ଠାକୁର, ଜୋନ ମହିଳା ସଭାନେତ୍ରୀ ଲଳିତା ନାଏକ, ଜିଲ୍ଲା ମହିଳା ସଭାନେତ୍ରୀ ସବିତା ପ୍ରଧାନ, ରାଜ୍ୟ ଯୁବ ବରିଷ୍ଠ ଉପସଭାପତି ମଣ୍ଟୁ ନାଏକ, ରାଜ୍ୟ ଉପ ସଭାପତି ମନିନ୍ଦ୍ର ମହାନ୍ତି, ବରିଷ୍ଠ ବିଜେଡି ନେତା ଧବଳେଶ୍ଵର ମହାପାତ୍ର, ପ୍ରଶାନ୍ତ ନାଏକ, ବଦ୍ରିନାରାୟଣ ପଟ୍ଟନାୟକ, କ୍ଷୀରସିନ୍ଧୁ ନାଏକ, ଶିବା ସାହୁ, ରଞ୍ଜୁକ୍ତା ପ୍ରଧାନ, ହରାମଣୀ ଗଣ୍ଡ, ଜୟଶ୍ରୀ ଅଗ୍ରୱାଲ, ଅବଦୁଲ କାଦୀର, ସମୀତା ନାୟକ, ପିତବାସ ବେହେରା, ମହେନ୍ଦ୍ର ରାଉତ, ପ୍ରଦୀପ ପ୍ରଧାନ, ଭୋଳା ଶଙ୍କର ନାଗ, ରବି ନାଏକ ପ୍ରମୁଖ ଯୋଗଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.