ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ୍ ଅନ୍ତର୍ଗତ ସରିଆଁ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ସରିଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସରିଆଁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜିତେନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ସାହା, ନର୍ଲା ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଅମିତ୍ ଶର୍ମା, ଅର୍ଜୁନଗାଁ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋକୁଳ ସାହୁ, ମହୁଲପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚନ୍ଦ୍ରମଣି ନାଗ ପ୍ରମୁଖ ମଞ୍ଚାସୀନ ଥିଲେ।
ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ସ୍ଵାଗତ ସଂଗୀତ ପରିବେଷଣ କରିଥିଲେ। ଅତିଥିମାନେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ଏଫ୍ଏଲ୍ଏନ୍)ର ଶିକ୍ଷଣ ଫଳାଫଳ ଉପରେ ଆଲୋକପାତ କରି ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଦିଗଦର୍ଶନ ଦେଇଥିଲେ। କ୍ଲଷ୍ଟର ସାଧନକର୍ମୀ ବାବୁ ପାଢ଼ୀ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ ଏଫ୍ଏଲ୍ଏନ୍ ଶିକ୍ଷକ ଶିକ୍ଷୟିତ୍ରୀମାନେ ବୈଠକରେ ଯୋଗଦେଇ ଶିକ୍ଷାର ଗୁଣବତ୍ତା ବୃଦ୍ଧି ନେଇ ଆଲୋଚନା କରିଥିଲେ।





