ବିଦ୍ୟାଳୟରସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଆମପାଣି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଛି। ଜ୍ଞାନ ବିଜ୍ଞାନ ମେଳାର ଉଦଘାଟନି ସମାରୋହ ବଡ଼ପୋଡ଼ାଗୁଡ଼ା ଗ୍ରାମ ପଞ୍ଚାୟତ ହାଇସ୍କୁଲ, ରାଏନଗୁଡାର ବିଜ୍ଞାନ ଶିକ୍ଷକ କପିଳେନ୍ଦ୍ର ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପରିଚାଳନା କମିଟି ସଭାପତି ତ୍ରିନାଥ ପ୍ରଶ୍ନ ରାୟ, ସମ୍ପାଦକ ପରମେଶ୍ବର ଧଙ୍ଗଡାମାଝୀ, ଉପସଭାପତି ନକୁଳ ବାଣୁଆ, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଦେବାଶିଷ ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଶିଶୁ ବାଟିକା ରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବିଭାଗରେ ମୋଟ ୬୦ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟା ସୀମନ୍ତିନି ପଣ୍ଡା ପରିଚାଳନା କରିଥିବାବେଳେ ଗୌରଚନ୍ଦ୍ର ନାଏକ ଅତିଥି ପରିଚୟ ପ୍ରଦାନ କରିଥିଲେ। ଶୁଭୁ ବିଦ୍ୟା ମନ୍ଦିରର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.