ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଳକ୍ କର୍ମେ ଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ମୁର୍ସିଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ‘ଘର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶରତ କୁମାର ଭୋଇ ସର୍ବ ପ୍ରଥମେ ଜାତୀୟ ପତାକା ଦେଖଇ ଶୋଭାଯାତ୍ରୀ ଦଳକୁ ସ୍ୱାଗତ କରିଥିଲେ। ଏହାପରେ ବିଭିନ୍ନ ପ୍ରକାରର ସ୍ଲୋଗାନ ଦେଇ ଗ୍ରାମ୍ୟ ପରିକ୍ରମା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଶିଶୁସେବିକା ସାମିଲ ହୋଇଥିଲେ।





