ଓଡ଼ିଆ ବାର୍ତ୍ତା/ ସଇଁତଲା (ରମାକାନ୍ତ ରାଜପଲିଆ): ସଇଁତଳା ବ୍ଲକ୍ ଯୁରାବନ୍ଧ ପଞ୍ଚାୟତ କେଓମାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଭେଲାରାମ ଧରୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । କଳା ଶିକ୍ଷକ ସୁଶାନ୍ତ ଭୋଇ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶେଷରେ ସଂସ୍କୃତ ଶିକ୍ଷକ ସଞ୍ଜିବ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ | ଶିକ୍ଷକ ଦୟାସାଗର ପାଣ୍ଡେ, ରାଜେଶ କୁମାର ମେହେର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।





