ଲାଞ୍ଜିଗଡ଼ ରୋଡ଼ରେ ସ୍ବେଛାକୃତ ରକ୍ତଦାନ ଶିବିର

ପ୍ରବଳ ବର୍ଷା ଓ ପ୍ରତିକୂଳ ପାଗ ସତ୍ତ୍ୱେ ସଂଗୃହୀତ ହେଲା ୩୦ ୟୁନିଟ ରକ୍ତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ଆଜି ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ରୋଡ଼ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରବଳ ବର୍ଷା ଓ ପ୍ରତିକୂଳ ପାଗ ସତ୍ତ୍ୱେ ଶିବିରରେ ୩୦ ଜଣ ରକ୍ତଦାତା ଯୋଗଦେଇ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ। ଲାଞ୍ଜିଗଡ଼ ରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସୀ ଅଫିସର ରବୀନ୍ଦ୍ର କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଶିବିରକୁ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ଼ ରୋଡ଼ ସରପଞ୍ଚ ମମତା ଶବର, ସିକେରକୁପା ଫାଣ୍ଡି ଅଧିକାରୀ ମୂରଲୀମୋହନ ପିଡ଼ିକା, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଟଙ୍କଧର ମାଝୀ, ବରିଷ୍ଠ ନାଗରିକ ଦୀପକ ମହାପାତ୍ର, ସମାଜସେବୀ ମନୋଜ ରାଉତ, ଲାଞ୍ଜିଗଡ଼ରୋଡ଼ ପଞ୍ଚାୟତ ନିର୍ବାହୀ ଅଧିକାରୀ ଡମ୍ବରୁଧର ସେନାପତି ପ୍ରମୁଖ ଯୋଗ ଦେଇଥିଲେ। ବିଶିଷ୍ଟ ଅତିଥି ଭାବେ ପିସିସି ସଂପାଦକ ମୂରଲୀ ନାଏକ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଲାଞ୍ଜିଗଡ଼ରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସୀ ଅଫିସର ଶ୍ରୀ ସାହୁଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା।

ବିଶିଷ୍ଟ ସମାଜସେବୀ ଚନ୍ଦ୍ରଶେଖର ମହାପାତ୍ର, ଲାଞ୍ଜିଗଡ଼ ପ୍ରେସ କ୍ଳବର ସଭାପତି ସୁଶୀଲ କୁମାର ବାଗ, ପିଇଡବ୍ଲୁ ମିଡ଼ିଆ ଆସୋସିଏସନ ସାଧାରଣ ସମ୍ପାଦକ ଗୋପାଳ ଦାସ ମହାନନ୍ଦ, ଯୁବ ସମାଜସେବୀ ସୌରଭ ପାତ୍ର, ଈଶ୍ୱର ବଗର୍ତ୍ତି, ଅଶୋକ ପରିଡ଼ାଙ୍କ ପରିଚାଳନାରେ ପ୍ରବଳ ବର୍ଷା ଓ ଝଡ଼ ତୋଫାନ ସତ୍ତ୍ୱେ ଡା. ଅଭିଜିତ ବେହେରା, ପୁଲିସ କର୍ମଚାରୀ ବାସବ ମାଝୀଙ୍କ ସମେତ ୩୦ଜଣ ରକ୍ତଦାତା ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ। ଭବାନୀପାଟଣା ରକ୍ତ ଭଣ୍ଡାରରୁ ଅଜିତ ନାଏକ, ସଞ୍ଜୀବ ମହାଖୁଡ଼, ଜଞ୍ଜିର ବାଗ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ। ଲାଞ୍ଜିଗଡ଼ରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ତ କର୍ମଚାରୀ ଶିବିର ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.