ବିଶ୍ୱନାଥପୁରରେ ବ୍ଲକ୍ ସ୍ତରୀୟ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ସମାଜ ପ୍ରତି ସେବାଭାବ, ଦାୟିତ୍ୱବୋଧ, ସମର୍ପଣ ଓ ସାମୂହିକ ସହଯୋଗର ଭାବନାକୁ ସୁଦୃଢ଼ କରିବା ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ଥିଲା। ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷ ରାୟ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଶ୍ଵନାଥପୁର ମଣ୍ଡଳ ସହ ପ୍ରଭାରୀ ସୁବାଷ ଅଗ୍ରୱାଲ, ଲାଞ୍ଜିଗଡ଼ ମଣ୍ଡଳ ସଭାପତି ନରେନ୍ଦ୍ର ବେହେରା, ବିଶ୍ଵନାଥପୁର ମଣ୍ଡଳ ସଭାପତି ତୁଳସୀ ମାଝୀ, ବିଶ୍ଵନାଥପୁର ସମିତି ସଭ୍ୟ ଅଜିତ କୁମାର ପ୍ରଧାନୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରି ନିଜ ପ୍ରତିଭା ପ୍ରଦର୍ଶନ କରିଥିଲେ। କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ଓ ସମ୍ମାନିତ କରାଯାଇଥିଲା। ଏହି ଅଭିଯାନକୁ ଲାଞ୍ଜିଗଡ଼ ବ୍ଲକର ୧୩ ଜଣ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.