ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବଦଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଓପ୍ରସେ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ବଦଳି କରି କଳାହାଣ୍ଡି ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। ରାଜ୍ୟପାଳଙ୍କ ଆଦେଶକ୍ରମେ ସ୍ୱତନ୍ତ୍ର ଶାସନ ସଚିବ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପୂର୍ବରୁ ଶ୍ରୀ ମିଶ୍ର କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ବିଡ଼ିଓ ଭାବେ କାର୍ଯ୍ୟ କରିସାରିଛନ୍ତି।





