ରାୟଗଡ଼ା ସଦର ଠାରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ ସଭାଗୃହରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣି ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ବୈଠକରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାଜ ପ୍ରାସାଦ, ବନ ବିଭାଗର ଅଧିକାରୀ ଶ୍ରୀ ସଚିନ୍ ଆନ୍ନା ସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ବିଶ୍ୱମ୍ବର କୁମାର ବେହେରା, ଉପ ଜିଲ୍ଲାପାଳ ରାୟଗଡ଼ ସୁଶ୍ରୀ ମୃଣାଳିକା ରାଠୋଡ଼, ପ୍ରକଳ୍ପ ପ୍ରଶାସକ ତଥା ସମନ୍ୱିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ୟା ଗୁଡିକର ସମାଧାନ କରିବା ପାଇଁ ଚେଷ୍ଟା କରିଥିଲେ। ଏଥିରେ ମୋଟ ୮୭ଟି ଅଭିଯୋଗ ପଞ୍ଜିକୃତ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ୬୫ ଏବଂ ୧୯ ଟି ସାମୁହିକ ଅଭିଯୋଗ ଶୁଣାଣି କରାଯାଇଥିଲା। ଉକ୍ତ ଅଭିଯୋଗ ଶୁଣାଣିରେ ରେଡକ୍ରୋସ ପାଣ୍ଠିରୁ ୩ଜଣଙ୍କୁ ୨୫ ହଜାର ଟଙ୍କା ଆବଶ୍ୟକୀୟ ବ୍ୟକ୍ତିଙ୍କୁ ପ୍ରଧାନ କରାଯଇଥିବାବେଳେ ୧୦ଟି ଅଭିଯୋଗର ତୁରନ୍ତ ଫଇସଲା ହୋଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ସମ୍ପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଦ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.