ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ହ୍ୟୁମ୍ୟାନ୍ ରାଇଟ୍ସ ପ୍ରୋଟେକ୍ସନ କାଉନସିଲ୍, ଇଣ୍ଡିଆ (ଏଚ୍ଆରପିସିଆଇ) ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ମେ’ଫେୟାର ହୋଟେଲରେ ଏକ ସ୍ପେଶାଲ୍ କନକ୍ଳେଭ୍ ଏବଂ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ସମାଜସେବା, ମାନବାଧିକାର ଏବଂ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ‘ଓଡ଼ିଶା ଗୌରବ ସମ୍ମାନ’ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରଦାନ କରାଯାଇଛି। ଏହି କ୍ରମରେ କୋକସରା ବ୍ଲକ ଲଡୁଗାଁ ଗ୍ରାମର ବିଶିଷ୍ଟ ବ୍ୟବସାୟୀ ତଥା ସମାଜସେବୀ ଦୁର୍ଗା ପ୍ରସାଦ ଅଗ୍ରୱାଲ ନିଜର ସମାଜସେବା ଓ ବ୍ୟବସାୟ ପାଇଁ ସମ୍ମାନଜନକ ଡକ୍ଟରେଟ୍ ଉପାଧିରେ ସମ୍ମାନିତ ହୋଇଛନ୍ତି। ଏହି କାର୍ଯ୍ୟକ୍ରମରେ କୋରେଇ ବିଧାୟକ ଆକାଶ ଦାସ ନାୟକ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ସମେତ ଅନେକ ମାନ୍ୟଗଣ୍ୟ ଅତିଥି, ସମାଜସେବୀ ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।





