ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ

ଓଡ଼ିଆ ବାର୍ତ୍ତା/ ରାୟଗଡ଼ା (ପଦ୍ମନ ଭତ୍ରା): ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ ୱାର୍କରର୍ସ ଆସୋସିଏସନର ରାଜ୍ୟ ନିଷ୍ପତ୍ତି କ୍ରମେ ରାୟଗଡ଼ା ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ବିଭାଗୀୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ଦାବିକୁ ନେଇ ଦାବି ପତ୍ର ପ୍ରଦାନ କରାଯାଇଛି ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲ୍ଲା ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ର ଜିଲ୍ଲା ସଭାନେତ୍ରୀ ଜୟନ୍ତୀ ପଦ୍ମାଳୟା ସାହୁ ଏବଂ ସମ୍ପାଦିକା ଉଷାରାଣୀ ଦାଶଙ୍କ ନେତୃତ୍ବରେ ରାୟଗଡ଼ା ରେଳଷ୍ଟେସନ ଛକ ନିକଟରେ ସକାଳ ୧୧ ଘଣ୍ଟା ସମୟରେ ଏକତ୍ରିତ ହୋଇ ସେଠାରୁ ଏକ ବିରାଟ ପଦଯାତ୍ରା ରେ ବାହାରି ସହର ମଧ୍ୟ ରାସ୍ତା ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ,ଧାରଣା ଦେବା ସହ ଜିଲ୍ଲାପାଳଙ୍କ ଜରିଆରେ ଜିଲ୍ଲାଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଥିଲା ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଂଘର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ୱର ଦାସ,ସମ୍ମାନୀୟ ଅତିଥି ଭାବେ ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ,ସଭାପତି ମୋହନ ରାଓ ମାଝି, କାର୍ଯକାରୀ ସଭାପତି ଧର୍ମ ସିଂ ନାଗ୍,ଉପସଭାପତି ଦୁର୍ଗା ମାଧବ ଘୋଷ ଯୋଗ ଦେଇ ସରକାରଙ୍କ ଯୋଜନାକୁ ସଫଳ କରିବାରେ ମୂଖ୍ୟ ଭୂମିକା ନେଉଥିବା ସହ ଶିଶୁ ମୃତ୍ୟୁ ହାର ମାତୃ ମୃତ୍ୟୁ ହାର କମାଇବାରେ ଏବଂ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ଯୋଜନା କୁ ସଫଳ କରିବା ରେ ମୂଖ୍ୟ ଭୂମିକା ନେଉଥିବା ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟିକା ମାନଙ୍କ ଦୀର୍ଘ ଦିନର ବିଭିନ୍ନ ଦାବି ଏବଂ ସେମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ଯୋଗାଇଦେବା ।

ଅଙ୍ଗନୱାଡ଼ି କର୍ମୀ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଅବହେଳା ଏବଂ ଅଣଦେଖା କୁ ବିରୋଧ କରିବା ସହ ଆସନ୍ତା ଦିନରେ ସରକାର ଏବଂ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ସମାଧାନ ନକରନ୍ତି ତାହା ହେଲେ ପରବର୍ତ୍ତୀ ସମୟରେ ଭାରତୀୟ ମଜଦୁର ସଂଘ ରାଜ ରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଶ୍ରମିକ ନେତା ଶ୍ରୀ ଯୋଗେଶ୍ଵର ଦାସ ଚେତାବନୀ ଦେଇଛନ୍ତି । ଉକ୍ତ କାର୍ଯ୍ୟକ୍ରମକୁ ସଂଯୁକ୍ତା ହେରପାଲ,ମମତା କୁମାରୀ ବିରିଦଳାଇ,ମୋହିନୀ ପାଲାକା,ବିଷ୍ଠୁ ପ୍ରିୟା ଦଳେଇ,ସଂଯୁକ୍ତା ରଥ,ମୁଞ୍ଜୁଳା ମଣ୍ଡଳ,ଯୋତ୍ସନା ସାହୁ,ଶାନ୍ତି କାଡ୍ରାକା,ହେମଲତା ଚୌଧୁରୀ,ବାସନ୍ତୀ ଜିଲାକାରା,ସଞ୍ଜୁକ୍ତା ହରପାଲ, ରୀତା ରାଣୀ ପଣ୍ଡା ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ବ୍ଳକରୁ ୫ ହଜାରରୁ ଉର୍ଦ୍ଧ୍ବ କର୍ମୀ ଏବଂ ସହାୟିକା ଯୋଗଦେଇଥିଲେ |

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.