ବଦମଗୁଡ଼ା ହାଟ ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଠାବ

ଓଡ଼ିଆ ବାର୍ତ୍ତା/ କୋରାପୁଟ (ସୁନ୍ଦର କୁମାର ପାଣି): କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ବଦମଗୁଡ଼ା ହାଟ ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଗଛରେ ଝୁଲୁଥିବା ଅବସ୍ଥାରେ ଠାବ ହୋଇଛି। ଆଜି ସକାଳେ ଗ୍ରାମବାସୀ ଏହା ଦେଖିବା ପରେ ଘଟଣା ସମ୍ପର୍କରେ ସଦର ପୁଲିସକୁ ସୂଚନା ଦେଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ନଥିବା ସୂଚନା ମିଳିଛି। ମୃତ୍ୟୁର କାରଣ କ’ଣ ଏବଂ ଏହା ଆତ୍ମହତ୍ୟା ନା ଅନ୍ୟ କିଛି ଘଟଣା, ତାହା ପୁଲିସର ତଦନ୍ତ ପରେ ସ୍ପଷ୍ଟ ହେବ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.