ସଇଁତଲାରେ ବସ-ଟ୍ରକ ଧକ୍କା: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଓଡ଼ିଆ ବାର୍ତ୍ତା/ ସଇଁତଲା (ରମାକାନ୍ତ ରାଜପଲିଆ): ସଇଁତଳା ଥାନା ସମ୍ମୁଖରେ  ରବିବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିବା ଜଣା ପଡ଼ିଛି। ଏକ ବସ୍ ସହ ଅନ୍ୟ ଏକ ଟ୍ରକ୍ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି। ଧକ୍କା ପରେ ଟ୍ରକ୍ ଉପରେ ଡ୍ରାଇଭର ଲଟକି ରହିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିବା ସହ ଚିକିତ୍ସା ପାଇଁ ଡାକ୍ତରଖାନା ପଠାଇଥିବା ସୂଚନା ମିଳିଛି। ଘଟଣାକୁ ନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.