ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର (କୃଷ୍ଣ କୁମାର ମହାନ୍ତି): ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଆଥଲେଟିକ୍ କ୍ଲବ୍ ଆନୁକୂଲ୍ୟରେ ଆୟୋଜିତ ଦୁଇଦିନିଆ ଆନ୍ତଃମହାବିଦ୍ୟାଳୟ ମହିଳା ବ୍ୟାଡମିଣ୍ଟନ ପ୍ରତିଯୋଗିତା (୨୦୨୬–୨୭) ସଫଳତାର ସହ ଉଦ୍ଯାପିତ ହୋଇଛି। ଏହି ପ୍ରତିଯୋଗିତାରେ ବିଭିନ୍ନ ମହାବିଦ୍ୟାଳୟରୁ ୩୦ ଜଣ ମହିଳା ଖେଳାଳି ଅଂଶଗ୍ରହଣ କରି ନିଜର କ୍ରୀଡ଼ା ଦକ୍ଷତା ପ୍ରଦର୍ଶନ କରିଥିଲେ।ପିଜି ଆଥଲେଟିକ୍ କ୍ଲବ୍ର ଉପସଭାପତି ଡ. କାର୍ତ୍ତିକ ଚନ୍ଦ୍ର ଦାସଙ୍କ ତତ୍ତ୍ୱାବଧାନରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଥିଲା। ଉଦ୍ଯାପନୀ ଉତ୍ସବରେ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦର ନିର୍ଦ୍ଦେଶକ ଡ. କୀର୍ତ୍ତି ରଞ୍ଜନ ମଲ୍ଲିକ ଯୋଗଦେଇ କୃତୀ ଖେଳାଳିମାନଙ୍କୁ ପୁରସ୍କୃତ କରିଥିଲେ। ଆଗାମୀ ପୂର୍ବାଞ୍ଚଳ ଆନ୍ତଃବିଶ୍ୱବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିନିଧିତ୍ୱ କରିବାକୁ ଚୟନିତ ଖେଳାଳିମାନଙ୍କୁ ଉନ୍ନତ ପ୍ରଦର୍ଶନ ପାଇଁ ସ୍ୱତନ୍ତ୍ର କୋଚିଂ ଓ ତାଲିମ ପ୍ରଦାନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।





