ସାଲବେଗଙ୍କ ଜଣାଣ : ଏକା ତୋ ଭକତ ଜୀବନ

ଏକା ତୋ ଭକତ ଜୀବନ
ଭକତ ନିମନ୍ତେ ତୋର ଶଙ୍ଖ ଚକ୍ର ଚିହ୍ନ ।। ୦ ।।

ଭକତ ତୋ ପିତାମାତା ଭକତ ତୋ ବନ୍ଧୁ
ଭକତ ହିତରେ ତୋର ନାମ କୃପାସିନ୍ଧୁ ।। ୧ ।।

ଧେନୁ ପଛେ ପଛେ ବତ୍ସା ଗମେ କ୍ଷୀର ଲୋଭେ
ଭକତ ପଛରେ ତୁହି ଥାଉ ସେହି ଭାବେ ।।୨।।

ବାପା ମୋ ମୋଗଲ ପୁଅ ମାଆ ମୋ ବ୍ରହ୍ମଣୀ
ଏ କୂଳେ ଜନ୍ମିଲି ହିନ୍ଦୁ ନଖାଏ ମୋ ପାଣି ।। ୩ ।।

କହେ ସାଲବେଗ ହିନ ଜାତିରେ ଯବନ
ଶ୍ରୀରଙ୍ଗାଚରଣ ବିନୁ ନ ଜାଣଇ ଆନ ।। ୪ ।।

ସାଲବେଗ

Like us on Facebook👇

http://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.