କୋକସରା,୨/୩ : କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ମହିମା ଗ୍ରାମରେ ଏକ ଯୁବକର ଝୁଲନ୍ତା ମୃତଦେହ ଚାଷ ଜମିରେ ଥିବା ଏକ ଗଛରୁ ଠାବ ହୋଇଛି । ମୃତ ଯୁବକ ଜଣକ ହେଉଛନ୍ତି ସେହି ଗ୍ରାମର ଉଦେ ମାଝୀ । ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ ଅଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣା ସ୍ଥଳରେ ଆମପାଣି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
କୋକସରା ପ୍ରତିନିଧି ହିରଣ୍ୟ ବେହେରାଙ୍କ ରିପୋର୍ଟ OdiaBarta.in






