କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର : ୩୯ ୟୁନିଟ ରକ୍ତ ସଂଗ୍ରହ

ଜୁନାଗଡ,୨୩/୫: କଳାହାଣ୍ଡି ଜିଲ୍ଲା ପୋଲିସ ପକ୍ଷରୁ ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଜାରୀ ରହିଛି । ସେହି କ୍ରମରେ ଆଜି ଧର୍ମଗଡ ଥାନା ବଗାଡ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଛି ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ଜିଲ୍ଲା ଆରକ୍ଷ ଅଧିକ୍ଷକ ବାତୁଲା ଗଙ୍ଗାଧରଙ୍କ ତତ୍ବାବଧାନରେ ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ଧର୍ମଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା, ଧର୍ମଗଡ଼ ଥାନା ଅଧିକାରୀ ସତ୍ୟନାରାୟଣ ପ୍ରଧାନ ସମେତ ସ୍ଵେଚ୍ଛାସେବୀ ସଂଗଠନ ଏସ ଏ କେ, ସ୍ଥାନୀୟ ବଗାଡ ପଞ୍ଚାୟତର ସରପଞ୍ଚ ଏବଂ ପି ଇ ଓ ତଥା ଅନ୍ୟ ତିନି ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ । ଶିବିରରେ କୋଭିଡ୍-୧୯ କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା । ଶିବିରରେ ୩୯ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।

Udyog Nursery
Udyogi Nursery

ଏହି ଶିବିରରେ ଏସଏକେ ର ଜିଲ୍ଲା ଉପ ସଭାପତି ମହେଶ୍ୱର ସୁନାନି, ଜୀବନବିନ୍ଦୁ ସଂଗଠନର ବିବେକ ମିଶ୍ର, ବଗାଡ ପଞ୍ଚାୟତ ପିଇଓ ରଶ୍ମିତା ଦାସ, ବଗାଡ ପଞ୍ଚାୟତ ସରପଞ୍ଚ ପ୍ରମିଳା ମାଝୀ, ବଡ଼ଫୁର୍ଲା ପଞ୍ଚାୟତର ସରପଞ୍ଚ ବନିତା ପାଲ, ନନ୍ଦଗାଁ ପଞ୍ଚାୟତର ସରପଞ୍ଚ ବିରଞ୍ଚି ବନିଆ, ବୋଡ଼େନ ପଞ୍ଚାୟତର ସରପଞ୍ଚ ହରିପ୍ରିୟା ନାଏକ ସମେତ ଧର୍ମଗଡ଼ ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ । ଏହି ଶିବିରରେ ଉପରୋକ୍ତ ସଂଗଠନର ସ୍ଵେଚ୍ଛାସେବୀ ତଥା ଧର୍ମଗଡ଼ ଥାନା ଅଞ୍ଚଳର ଉକ୍ତ ପାଞ୍ଚଟି ପଞ୍ଚାୟତର ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ।

ଜୁନାଗଡରୁ ରାକେଶ ବେମାଲଙ୍କ ରିପୋର୍ଟ OdiaBarta.in

Click here to get 24×7 News & Views alerts

http://bit.ly/OBgroup4

Like us on Facebook

https://facebook.com/odiabarta

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.