ବଲାଙ୍ଗିର,୭/୭: ମୁରିବାହାଲ ଥାନା ପତ୍ରାପାଲି ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ବଶିଷ୍ଠ କୁମ୍ଭାର ନାମକ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ଅନ୍ୟପଟେ ମୃତକଙ୍କ ସ୍ତ୍ରୀ ସମେତ ଅନ୍ୟ ବାଇକରେ ଥିବା ୨ ଜଣ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ତିନି ଜଣଙ୍କୁ ମୁରିବାହାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ମୁରିବାହାଲ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ବଲାଙ୍ଗିର ଜିଲ୍ଲା ପ୍ରତିନିଧି ଗୋକୁଳାନନ୍ଦ ବଗର୍ତ୍ତିଙ୍କ ରିପୋର୍ଟ OdiaBarta.in

Click here to get 24×7 News & Views alerts
https://facebook.com/odiabarta





