ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ  ସାଧାରଣତନ୍ତ୍ର ଦିବସ

ଲାଞ୍ଜିଗଡ଼,୨୭/୧: ଲାଞ୍ଜିଗଡ଼ ବ୍ଲକ ମଧୁପୁରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ୭୦ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସତ୍ୟବାଦୀ ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବାବେଳେ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଚନ୍ଦ୍ରଧ୍ୱଜ ମାଝୀ, ବରିଷ୍ଠ ଶିକ୍ଷକ ମଧୁସୂଦନ ସାହୁ, ଅବସରପ୍ରାପ୍ତ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ପଣ୍ଡା, କାର୍ତ୍ତିକେଶ୍ୱର ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ଏକ ଆକର୍ଷଣୀୟ ପ୍ୟାରେଡ ପ୍ରଦର୍ଶିତ ହୋଇଥିଲା । କ୍ରୀଡା ଶିକ୍ଷକ ଚାଞ୍ଚଲ୍ୟ କୁମାର ବାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପ୍ୟାରେଡ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିବାବେଳେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଶିକ୍ଷକ ଡମ୍ବରୁଧର ଗଡତିଆ । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ ।

Omkar Vasthu
Omkar Vasthu

ସେହିପରି ଗୋବର୍ଦ୍ଧନପୁର ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ସୁରେନ୍ଦ୍ର ମାଝୀ ଜାତୀୟ ପତାକା ଉତ୍ତୋଳନ କରିଥିବାବେଳେ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅତିଥି ଭାବେ ଡା. ସୁମନ୍ତ ସାହୁ, ଫାର୍ମାସିଷ୍ଟ ସୁଧୀର କୁମାର ଖାନ୍ସମା ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିବାବେଳେ ଲାଞ୍ଜିଗଡ ଯୁବକ ସଂଘ ଓ ବେଦାନ୍ତ ଲିମିଟେଡ ଦ୍ୱାରା ଲାଞ୍ଜିଗଡଠାରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସେହିପରି ବ୍ଲକର ସମସ୍ତ ଶିକ୍ଷାନୁଷ୍ଠାନ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟଗୁଡିକରେ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି ।

Pearl dental clinic
Near Ashish Medical Store, Bhawanipatna

Report by Sushil Kumar Bag, Special Correspondent odiabarta.in

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in

Leave a Reply

Your email address will not be published. Required fields are marked *

error: You are not allowed to copy this content. Thank you.