କିଡିଙ୍ଗ ଗାଁ ୮ତାରିଖ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍

ଲାଞ୍ଜିଗଡ଼: ଲାଞ୍ଜିଗଡ଼ରୋଡ଼ ଗ୍ରାମ ପଞ୍ଚାୟତର କିଡିଙ୍ଗ ଗ୍ରାମରେ ଦୁଇ ଦିନ ମଧ୍ୟରେ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲ୍ଲା ତଥା ବ୍ଲକ ପ୍ରଶାସନ ପକ୍ଷରୁ କିଡିଙ୍ଗ ଗ୍ରାମର ଗଉଡ଼ପଡା ଓ ଶବରପଡାକୁ କଣ୍ଟେନମେଣ୍ଟ ଜୋନ୍ ଓ ହରିଜନ ପଡା, ସ୍କୁଲପଡା ଓ ତଳପଡାକୁ ବଫର ଜୋନ୍ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରେ ଏହା ମେ ୨ ତାରିଖ ଠାରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଲାଞ୍ଜିଗଡ଼ ତହସିଲଦାର ମୁନିନ୍ଦ୍ର ହୋନ୍ନାଙ୍ଗା ପ୍ରକାଶ କରିଛନ୍ତି।

ଲାଞ୍ଜିଗଡ଼ରୁ ଦୁଃଖିଶ୍ୟାମ ନାଗ ନିଲେଶଙ୍କ ରିପୋର୍ଟ OdiaBarta.in

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.