ଲାଞ୍ଜିଗଡ଼: ଗୋବର୍ଦ୍ଧନପୁର ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ଚିତ୍ରସେନ ମାଝୀ ବିଷମକଟକ ଠାରେ ମୃତ୍ୟୁ ବରଣ କରିଛନ୍ତି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନାନୁଯାୟୀ, ସମିତି ସଭ୍ୟ ଚିତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଯିବାରୁ ତାଙ୍କୁ ବିଷମକଟକ ଖ୍ରୀଷ୍ଟିୟାନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଗତ ରାତିରେ ତାଙ୍କର ଚିକିତ୍ସାଧୀନ ଭାବେ ମୃତ୍ୟୁ ଘଟିଥିଲା। ତାଙ୍କ ମୃତ୍ୟୁରେ ଅଞ୍ଚଳ ବ୍ୟାପି ଶୋକର ଛାୟା ଖେଳିଯାଇଛି। ଚିତ୍ରସେନଙ୍କ ଆବର୍ତ୍ତମାନରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରି, ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ, ଲାଞ୍ଜିଗଡ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ଜଗଦୀଶ ବେନିଆଁ, ଗୋବର୍ଦ୍ଧନପୁର ସରପଞ୍ଚ ସୁରେନ୍ଦ୍ର ମାଝୀ, ଲାଞ୍ଜିଗଡରୋଡ ସରପଞ୍ଚ ଟଙ୍କଧର ମାଝୀ ପ୍ରମୁଖଙ୍କ ସହ ଅନେକ ବିଶିଷ୍ଟ ବ୍ୟକ୍ତି ଓ ଅନୁଷ୍ଠାନ ଗଭୀର ଶୋକବ୍ୟକ୍ତ କରିଛନ୍ତି। ସେହିପରି ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷ ଇଂ. ଫକୀରମୋହନ ମାଝୀ ଚିତ୍ରଙ୍କ ଘର ମଧୁପୁର ଯାଇ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେବା ସହିତ ତାଙ୍କ ଜନ୍ମିତ ଶିଶୁର ସମସ୍ତ ପଢାଖର୍ଚ୍ଚ ସେ ତୁଲାଇବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ଲାଞ୍ଜିଗଡରୁ ଦୁଃଖିଶ୍ୟାମ ନାଗ (ନିଲେଶ)ଙ୍କ ରିପୋର୍ଟ OdiaBarta.in





