●ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ ୨୮ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ। ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ। ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।