ଓଡିଶା-ଆନ୍ଧ୍ର ସୀମାନ୍ତ ଚେକିଂ ପଏଣ୍ଟରେ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ

ରାୟଗଡ, (ଶିବ ନାରାୟଣ ଗୈାଡ) : ରାୟଗଡ ଜିଲ୍ଲାପାଳ ସରୋଜ କୁମାର ମିଶ୍ର ଆନ୍ଧ୍ର ଓଡିଶା ସୀମାନ୍ତ କେରଡା ଚେକ ପଏଣ୍ଟ ଗସ୍ତ କରି ଯାଞ୍ଚ ପ୍ରକ୍ରିୟା ଅନୁଧ୍ୟାନ କରିଥିଲେ । ସେଠାରେ ନିୟୋଜିତ ପୋଲିସ କର୍ମଚାରୀ, ପରିବହନ କର୍ମଚାରୀ, ଶିକ୍ଷକ ଆଦିଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରିଥିଲେ ଓ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କୁ କଡାକଡି ଯାଞ୍ଚ କରିବା ସହ ସେମାନଙ୍କୁ ୧୪ ଦିନ ସାଙ୍ଗରୋଧକୁ ପଠାଇବେ ବୋଲି ଜିଲ୍ଲାପାଳ ଶ୍ରୀ ମିଶ୍ର କହିଥିଲେ ।

Omkar Vasthu
Omkar Vasthu


ଏହି ଚେକିଂ ପଏଣ୍ଟ ଦେଇ ଆନ୍ଧ୍ର ଫେରନ୍ତା ରାଜ୍ୟକୁ ଫେରୁଥିବା ଯାତ୍ରୀମାନଙ୍କୁ କଡାକଡି ଯାଞ୍ଚ କରିଵା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏହି ଗସ୍ତ ସମୟରେ ରାସ୍ତାରେ ଯିବା ବେଳେ ଜିଲ୍ଲାପାଳ ଶ୍ରୀ ମିଶ୍ର ଲୋକମାନଙ୍କୁ ମାସ୍କ ବ୍ୟବହାର, ସାମାଜିକ ଦୂରତା ବଜାୟ ରଖିବା ଉପରେ ସଚେତନ କରି କୋରନା ଠାରୁ ଦୂରେଇ ରଖାଯିବା ନେଇ ସଚେତନତା କରିଥିଲେ । 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଜିଲ୍ଲାପାଳ ଶ୍ରୀ ମିଶ୍ରଙ୍କ ସହିତ ଉପଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ତହସିଲଦାର ରାୟଗଡ ଉମାଶଙ୍କର ବେହେରା, ଶେଷଖାଲ ଥାନା ଅଧିକାରୀ ଦେବଦତ୍ତ ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.