କଳାହାଣ୍ଡି, (ନବୀନ କିଶୋର ସାହୁ): କର୍ଲାମୁଣ୍ଡା ବ୍ଲକ ରିଞ୍ଜା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ସମ୍ମାନିତ ଅତିଥିଭାବେ କଳାହାଣ୍ଡି ଜିଲ୍ଲାପରିଷଦ ଅଧ୍ୟକ୍ଷ୍ୟା ନମିତାରାଣୀ ସାହୁ, ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ରଥ, ଏମପିଙ୍କ ପ୍ରତିନିଧି ରାଜେନ୍ଦ୍ର ମିଶ୍ର, ମଣ୍ଡଳ ସଭାପତି ଦଶରଥ ସାହୁ, ସଂଜୟ ଜୈନ ପ୍ରମୁଖ ଯୋଗ ଦେଇ ବୃକ୍ଷ ରୋପଣ କରି ପରିବେଶ ସୁରକ୍ଷା ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ଜନସାଧାରଣ ଉପସ୍ଥିତ ଥିଲେ।