ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥାର ସ୍ୱତନ୍ତ୍ର ଅଧିକାରୀଙ୍କ ବିୟୋଗରେ ଶୋକ ସଭା

ଗୁଣପୁର, (ଦିଲୀପ କୁମାର ପଣ୍ଡା): ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା ସ୍ୱତନ୍ତ୍ର ଅଧିକାରୀଙ୍କ ମଦନ ମୋହନ ଦଲବେହେରାଙ୍କ ବିୟୋଗରେ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା, ଚାଟିକନା କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମ ଆରମ୍ଭରେ ପ୍ରଥମେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇ ଥିଲା। ଉକ୍ତ ଶୋକ ସଭାରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ, ଅତିରିକ୍ତ ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଅବସରପ୍ରାପ୍ତ ଅତିରିକ୍ତ ମଙ୍ଗଳ ଅଧିକାରୀ ଅଶୋକ ଅଧିକାରୀ,

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

ମଣ୍ଡଳ ନିରୀକ୍ଷକ ବନ ବିହାରୀ ପଣ୍ଡା, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶୁଭପ୍ରଦା ସାସମାଲ, ସରପଞ୍ଚ କୁରଲୀ ଡ୍ରିନଜ ଜାକେସିକା, ଡିକେଡିଏ ଚାଟିକଣା ପାର୍ଷଲି ର ସମସ୍ତ କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ। ସମସ୍ତ ଅତିଥି ପଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ। ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢ଼ୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.