ଜାତୀୟ ପ୍ରେସ୍ ଦିବସରେ କିଶୋର ଭୋଇ ପାଇଲେ ଶିକ୍ଷା ଜ୍ୟୋତି ସମ୍ମାନ

କଳାହାଣ୍ଡି, (ଲିଙ୍ଗରାଜ ମିଶ୍ର): ବିଶିଷ୍ଟ ଶିକ୍ଷାବିତ କିଶୋର ଚନ୍ଦ୍ର ଭୋଇଙ୍କୁ କଳାହାଣ୍ଡି ଶିକ୍ଷା ଜ୍ୟୋତି ସମ୍ମାନ ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ (ଓୟୁଜେ) ଦ୍ବାରା ନର୍ଲା ବ୍ଲକ ରୁପ୍ରାରୋଡ ଠାରେ ଆୟୋଜିତ ଜାତୀୟ ପ୍ରେସ୍ ଦିବସ ଅବସରରେ ସତ୍ୟପୀରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ୟୁନିୟନର ଜିଲ୍ଲା ସଭାପତି କମ୍ବୁପାଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ବରିଷ୍ଠ ସାମ୍ବାଦିକ ତଥା ପୂର୍ବତନ ମନ୍ତ୍ରୀ ରାସବିହାରୀ ବେହେରା, ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି, ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, ବରିଷ୍ଠ ସାମ୍ବାଦିକ ବିଜୟ ଦ୍ବିବେଦୀ, ନର୍ଲା ବିଡ଼ିଓ ମାନସ ରଞ୍ଜନ ତ୍ରିପାଠୀ, ନର୍ଲା ଜିଲ୍ଲା ପରିଷଦ ସଭ୍ୟ ପ୍ରଦୀପ କୁମାର ନାଏକ, ଓଡିଶା ସାମ୍ବାଦିକ ୟୁନିୟନ ସମ୍ପାଦକ ଇଙ୍ଗିତ ପଣ୍ଡା, କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ୟୁନିୟନ ସାଧାରଣ ସମ୍ପାଦକ ସନ୍ତୋଷ କୁମାର ସିଂ, ଉପସଭାପତି ଲିଙ୍ଗରାଜ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ। ଏଠାରେ ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ବାଙ୍କେଲ ନିବାସୀ କିଶୋର ଚନ୍ଦ୍ର ଭୋଇ ଜଣେ ଉତ୍ତମ ଶିକ୍ଷକ ଭାବରେ ସୁପରିଚିତ। ନିଜ ଶିକ୍ଷକତା ଜୀବନ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ଼ ବ୍ଲକରୁ ଆରମ୍ଭ କରି ଏହି ଉପନ୍ତ ଅଞ୍ଚଳରେ ଶିକ୍ଷାର ପ୍ରଦୀପ ପ୍ରଜ୍ଜଳିତ କରିଥିଲେ। ତାଙ୍କ ଉଦ୍ୟମ ବଳରେ ଭୁର୍ଟିଗଡ ପରି ଦୁର୍ଗମ ଅଞ୍ଚଳର ଛାତ୍ରଛାତ୍ରୀମାନେ ଉତ୍ତମ ଭାବରେ ଶିକ୍ଷା ପ୍ରାପ୍ତ ହୋଇ ସମାଜର ମୁଖ୍ୟ ସ୍ରୋତରେ ନିଜକୁ ସାମିଲ କରି ପାରିଥିଲେ। ଏହାସହ ଜଣେ ସିଆରସିସି ଭାବେ ସେ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରି ସମସ୍ତ ଶିକ୍ଷକ ଓ ଅଧିକାରୀଙ୍କ ପ୍ରିୟଭାଜନ ହୋଇ ପାରିଥିଲେ। ବର୍ତ୍ତମାନ ଭୀମକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ କିଶୋର ଚନ୍ଦ୍ର ଭୋଇ ଶିକ୍ଷକ ସମାଜ ପାଇଁ ପ୍ରେରଣାର ଉତ୍ସ ପାଳଟିଛନ୍ତି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.