ଜୁନିୟର ରେଡ଼କ୍ରସ ପରାମର୍ଶଦାତା ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ

ଓଡ଼ିଆ ବାର୍ତ୍ତା/ କୋରାପୁଟ (ତ୍ରିନାଥ ପଟ୍ଟନାୟକ): ଭାରତୀୟ ରେଡ଼କ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖା ଓ ଜିଲ୍ଲା ଜୁନିୟର ରେଡ଼କ୍ରସ ସୋସାଇଟି କୋରାପୁଟର ମିଳିତ ଆନୁକୂଲ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ କୋରାପୁଟ ପରିସରରେ ଜିଲ୍ଲାର ୧୪ଟି ବ୍ଲକରୁ ୩୦ ଜଣ ଜୁନିୟର ରେଡ଼କ୍ରସ ପରାମର୍ଶଦାତା ଓ ପରାମର୍ଶଦାତ୍ରୀମାନଙ୍କୁ ନେଇ ଏକ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇ ଯାଇଛି । କୋରାପୁଟ ଜିଲ୍ଲା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମାନନୀୟା ଅର୍ପିତା ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ତହସିଲଦାର କୋରାପୁଟ ମାନନୀୟା ସସ୍ମିତା ଜେନା ଏବଂ ସମ୍ମନିତ ଅତିଥି ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ସାହୁ ଯୋଗଦାନ କରି ପ୍ରଶିକ୍ଷାର୍ଥୀମାନଙ୍କୁ ରେଡ଼କ୍ରସର ଲକ୍ଷ୍ୟ ଓ ଉଦ୍ଦେଶ୍ୟ, ରେଡ଼କ୍ରସର ମୂଳନୀତି, ହେନେରୀ ଡୁନାଣ୍ଟଙ୍କ ଜୀବନୀ, ରେଡ଼କ୍ରସର ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଯଜ୍ଞେଶ୍ବର ପଣ୍ଡା କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଜିଲ୍ଲା ଶାରୀରିକ ଶିକ୍ଷା ପରିଦର୍ଶକ ଧନ୍ୟବାଦ ଅର୍ପଣ କରିଥିଲେ । ସାଧନକର୍ମୀ ଭାବେ ସାହେଦା ପରବିନ, ଜ୍ୟୋତିରଞ୍ଜନ ନନ୍ଦ, ହରେକୃଷ୍ଣ ମହାରଣା ଯୋଗଦେଇ ପ୍ରଶିକ୍ଷାର୍ଥୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ଦ୍ବିତୀୟ ଅଧିବେଶନରେ ସାଧନକର୍ମୀ ଡ଼ଃ. ଗାୟତ୍ରୀ ଦେବୀ ଶିଶୁ ସୁରକ୍ଷା ଓ ଶୋଷଣ ଉପରେ ପ୍ରଶିକ୍ଷାର୍ଥୀମାନଙ୍କୁ ମଧ୍ୟ ତାଲିମ ପ୍ରଦାନ କରିଥିଲେ । ତିନି ଦିନ ଧରି ଚାଲିବାକୁ ଥିବାଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶିଶିର କୁମାର ପାତ୍ର, ରେଡ଼କ୍ରସ ପରାମର୍ଶଦାତ୍ରୀ ରଶ୍ମିତା ବେହେରାଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମକର୍ତ୍ତାବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.