ବେତାଗୁଡା ନବୋଦୟ ବିଦ୍ୟାଳୟ ଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

ଓଡ଼ିଆ ବାର୍ତ୍ତା/ ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ବେତାଗୁଡା ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ଠାରେ ଉତ୍କଳ ସ୍ୱାଭିମାନ ମଞ୍ଚ ପକ୍ଷରୁ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ଆଜି ଉନ୍ମୋଚିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବାମୀ ବିବେକାନନ୍ଦ, ଉତ୍କଳମଣି ଗୋପବନ୍ଧୁ ଦାସ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ଉତ୍କଳ ଗୌରବ ମଧୁସୂଦନ ଦାସ, ଜୟୀ ରାଜଗୁରୁ, କୃଷ୍ଣଚନ୍ଦ୍ର ଗଜପତି, ଫକୀର ମୋହନ ସେନାପତି ଏବଂ ଗଙ୍ଗାଧର ମେହେରଙ୍କ ମୂର୍ତ୍ତି ଉନ୍ମୋଚନ କରିଥିଲେ ।

ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ପଣ୍ଡାଙ୍କ ତତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଉତ୍କଳ ସ୍ୱାଭିମାନ ମଞ୍ଚ ସମ୍ପାଦକ ଡ଼ଃ. ପ୍ରଭାକର ତ୍ରିପାଠୀ, ଦକ୍ଷିଣାଞ୍ଚଳ ସଂଯୋଜକ ମୃତ୍ୟୁଞ୍ଜୟ ମିଶ୍ର ଓ ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ସାମିଲ ହୋଇଥିବାବେଳେ ଶିକ୍ଷକ ଶିକ୍ଷୟତ୍ରୀ ତଥା ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.