ଜୟପୁର ଉଚ୍ଚ ବିଦ୍ୟାଳୟରେ ଉତ୍କଳ ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କୋରାପୁଟ (ତ୍ରିନାଥ ପଟ୍ଟନାୟକ): ସରକାରୀ ଉଚ୍ଚ ବିଦ୍ୟାଳୟ ଜୟପୁର ତରଫରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସିମାଞ୍ଚଳ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଯଜ୍ଞେଶ୍ବର ପଣ୍ଡା, ପ୍ରଭାତ କୁମାର ରଥ,ଦିଲୀପ କୁମାର ପଣ୍ଡା, ବିଶ୍ୱ ରଞ୍ଜନ ଗୌଡ଼, ନରେଶ କୁମାର ଷଡଙ୍ଗୀ, ପ୍ରକାଶ କୁମାର ପଟ୍ଟନାୟକ, ଦୁର୍ଗା ପ୍ରସାଦ ପାତ୍ର, ଶିକ୍ଷୟିତ୍ରୀ ଏନ. ପଦ୍ମାବତୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେପରେ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମକୁ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଅବଲୋକନ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.