ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନର୍ଲାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚୈତ୍ର ଶୁକ୍ଳ ପ୍ରତିପଦା ତିଥି (ଅପ୍ରେଲ ୨)ରେ ରାଷ୍ଟ୍ରୀୟ ନବ ବର୍ଷ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ବୁଦ୍ଧ ନାଏକଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଏବଂ ଉକ୍ତ ଉତ୍ସବରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ବିଜୟୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶିଶୁ ମନ୍ଦିରର ସମସ୍ତ ଆଚାର୍ଯ୍ୟ/ଆଚାର୍ଯ୍ୟା ଏଥିରେ ଉପସ୍ଥିତ ରହି ସକ୍ରୀୟ ଅଂଶ ଗ୍ରହଣ କରିଥିଲେ । ପରିଶେଷରେ ସହଭୋଜ ସହିତ କାର୍ଯ୍ୟକ୍ରମର ସମାପନ ହୋଇଥିଲା ।