କେନ୍ଦୁଡଙ୍ଗରି ହାଇସ୍କୁଲରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ କେନ୍ଦୁଡଙ୍ଗରି ସରକାରୀ ହାଇସ୍କୁଲରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ଆଶୁତୋଷ ସରାବୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ସମ୍ମାନିତ ଅତିଥି ଭାବେ କୋକସରା ବିଡ଼ିଓ ମନୀଷା ଦାସ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ବରାଡ଼ଙ୍ଗା ସରପଞ୍ଚ ନିରୁପମା ସେଠୀ ଯୋଗ ଦେଇ ଥିଲେ । ଏହି ବିଜ୍ଞାନ ମେଳାରେ ବ୍ଲକ ଅଧୀନରେ ଥିବା ସିନିଅର ବର୍ଗରୁ ୩୮ ଓ ଜୁନିଅର ବର୍ଗରେ ୩୪ ସ୍କୁଲରୁ ୭୮ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ କୋକସରା ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡା, ଲଡ଼ୁଗାଁ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାସ, ପ୍ରସନ୍ନ କୁମାର ସିଂ ସହଯୋଗ କରିଥିଲେ ।

(କ୍ଲିକ୍ କରି ଦେଖନ୍ତୁ ଭିଡିଓ 🖕)

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.